ଓଡିଶାକୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। କାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଦାନା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା , ଉତ୍ତର ପଶ୍ଚିମ ଦିଗରେ ଗତିକରି ଭୀଷଣ ବାତ୍ୟାରେ ପରିଣତ ହେବ । ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତର ରୂପ ନେବ । ସମ୍ଭାବ୍ୟ ବାତ୍ୟା ପାଇଁ ପୁରୀ, ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରକୁ ବିପଦ ସଙ୍କେତ ଜାରି । ସବୁ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି  ହୋଇଛି । ଏନେଇ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି।

ଏହା ସହ ୨୫ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୭ ଜିଲ୍ଲାକୁ ରେଡ୍ ଓ ୧୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସନ୍ଧ୍ୟାରୁ ପାଗ ବଦଳିବ। କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ। ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଓ କଟକରେ ଅତି ପ୍ରବଳ ବର୍ଷା ହେବ।

 

Leave a Reply

Your email address will not be published. Required fields are marked *