କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବନଖଣ୍ଡର ୫ଟି ରେଂଜରେ ଚାଲିଛି ଡଲଫିନ୍‌ ଗଣନା ଆରମ୍ଭ ହୋଇଛି । ରାଜନଗର ବନଖଣ୍ଡ ଧାମରାରୁ ଦେବୀ ମୁହାଣ ଯାଏ ଏହି ଗଣନା ଚାଲିବ। ଆଜିଠୁ ୩ଦିନ ଧରି ଚାଲିବ ଡଲଫିନ୍ ଗଣନା । ରାଜନଗର ବନଖଣ୍ଡର ୫ଟି ରେଞ୍ଜରେ ୯ଟି ଟିମ୍ ସାମିଲ ହୋଇଛନ୍ତି । ପ୍ରତ୍ୟେକ ଟିମରେ ରହିଛନ୍ତି ୪ଜଣ ସଦସ୍ୟ । ପ୍ରତି ଦିନ ସକାଳ ୬ଟାରୁ ଦିନ ୧୨ଟା ଯାଏଁ ଚାଲିବ ଡଲଫିନ୍ ଗଣନା ।

ଆଉଟର ହୁଇଲରରୁ ଚିଂଚିରି ମାଉଥ୍, ବରୁଣେଇରୁ ପାରାଦୀପ, ହଂସିଣା ବ୍ରିଜ୍‌ରୁ ମାଇପୁରା ମାଉଥ୍, ରାଜନଗର ହଂସୁଆ ନଦୀରୁ ଖୋଳା, ଖୋଳାରୁ ଧାମରା ମାଉଥ୍ ଭାୟା ନଳିତାପାଟିଆ, କାଳିଭଂଜଡିଆଁ, ଜମ୍ବୁ ଖରନାସିରୁ ହୁକିଟେଲା, ପାରାଦୀପରୁ ଜଟାଧାର ମୁହାଣ ଓ ଦେବୀ ମୁହାଣରୁ ଜଟାଧାର ମୁହାଣ ଯାଏ ଡଲଫିନ୍‌ ଗଣନା କରାଯିବ। ଗଣନା ସମୟରେ ବାଇନାକୁଲାର, ଜିପିଏସ, କ୍ୟାମେରା ଓ ହ୍ୟାଣ୍ଡିକ୍ୟାମ ସାହାଯ୍ୟରେ ଗଣନା କରାଯାଉଛି ।

Leave a Reply

Your email address will not be published. Required fields are marked *