ଅଯୋଧ୍ୟା: ବିରାଜିଲେ ମହାପ୍ରଭୁ ଶ୍ରୀରାମ। ସରିଲା ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା। ୫୦୦ ବର୍ଷ ପରେ ନିଜ ଜନ୍ମ ଭୁମିକୁ ଫେରିଲେ ପ୍ରଭୁ ରାମ। ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ପୁରୋଧା ଭାବେ ବସି ପୂଜା କାର୍ଯ୍ୟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀ ଗର୍ଭଗୃହରେ ପ୍ରବେଶ କରି ପୂଜାରେ ବସିଛନ୍ତି। ଏହି ସମାରେହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନେତୃତ୍ୱ ନେଇ ପୂଜା‌ରେ ବସିଥିବା ବେଳେ ଭଲରେ ଭଲରେ ପ୍ରଭୁଙ୍କ ପ୍ରାଣ ପ୍ରତିଷ୍ଠା ହୋଇଯାଇଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟତୀତ ପ୍ରାଣପ୍ରତିଷ୍ଠା ଉତ୍ସବରେ RSS ମୁଖ୍ୟ ମୋହନ ଭାଗବତ, ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ୍ ପଟେଲ ଓ ଉତ୍ତରପ୍ରଦେଶ ମୂଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନଥ ମଧ୍ୟ ଉପସ୍ଥିତ ଥିଲେ।

 

ଶୁଭ ମୁହୂର୍ତ୍ତରେ ମନ୍ତ୍ରପାଠ ସହ ହୋଇଛି ପ୍ରଭୁଙ୍କ ପ୍ରତିଷ୍ଠା। ସୁନା ବେଶରେ ରାମଲଲାଙ୍କ ମନୋରମ ଛବି ମନ ମୋହୁଛି। ପ୍ରଥମେ ପବିତ୍ର ସାରୁ ନଦୀରେ ସ୍ନାନ ତର୍ପଣ ପରେ ପୂର୍ବ ଦିଗରେ ମନ୍ଦିର ମଧ୍ୟକୁ ପ୍ରବେଶ କରିବା ପରେ ଅରମ୍ଭ ହୋଇଥିଲା ପ୍ରାଣ ପ୍ରତିଷ୍ଠା ରୀତିନୀତି । ଶେଷରେ ପ୍ରଭୁକୁ ଆଳତି ମଧ୍ୟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *