ଆଜିଠୁ ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ। ୭ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡ୍ରାଇଭର ମହାସଂଘର । ଦାବି ଅନୁସାରେ ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଆଣ୍ଡ ୱାକର୍ସ ୱେଲ୍ଫେୟାର ବୋର୍ଡରେ ଅଟୋ ଡ୍ରାଇଭରଙ୍କୁ ସାମିଲ କରାଯାଉ । ୬୦ ବର୍ଷ ପରେ ପେନସନ, ଦୁର୍ଘଟଣାରେ ମୃତକ ଡ୍ରାଇଭର ପରିବାରକୁ ୨୦ ଲକ୍ଷର ବୀମା ରାଶି ସହ ଦୁର୍ଘଟଣାରେ ଚିକିତ୍ସା ପାଇଁ ୫ ଲକ୍ଷ ଦିଆଯାଉ । ପ୍ରତି ୧୦୦ କିମି ଦୂରତାରେ ଡ୍ରାଇଭରଙ୍କ ପାଇଁ ବିଶ୍ରାମାଗାର ଓ ଶୌଚାଳୟ ନିର୍ମାଣ କରାଯାଉ । ଗାଡି଼ ଚଳାଇବାର ସମୟସୀମା ଧାର୍ଯ୍ୟ ହେଉ । ଡ୍ରାଇଭିଂ ଲାଇସେନ୍ସ ଦେୟ ୧୫ ହଜାର ଟଙ୍କାକୁ କମ୍ କରାଯାଉ । ପ୍ରତି ଖଣି ଖାଦାନ ଓ କାରଖାନାରେ ୭୦ ପ୍ରତିଶତ ଡ୍ରାଇଭରଙ୍କୁ କାମ ପାଇଁ ଅଗ୍ରାଧିକାର ଦିଆଯାଉ । ସେପ୍ଟେମ୍ବର ୧ ତାରିଖକୁ ଜାତୀୟ ଡ୍ରାଇଭର ଦିବସ ରୂପେ ଘୋଷଣା କରାଯାଉ । ଏହି ସବୁ ଦାବି ପୂରଣ ନ ହେବା ଯାଏ ଆଜିଠୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ ଏ ଆନ୍ଦୋଳନ ଚାଲିବ ବୋଲି କହିଛି ସଂଘ। ବିଭିନ୍ନ ସରକାରୀ ଗାଡ଼ି, ସ୍କୁଲ ବସ, ଆମ୍ବୁଲାନ୍ସ, ଓମ୍ଫେଡ୍ କ୍ଷୀର ଗାଡ଼ି ସହ ଅତ୍ୟାବଶ୍ୟକୀୟ ଗାଡ଼ିକୁ ଆନ୍ଦୋଳନରୁ ବାଦ୍ ଦିଆଯାଇଛି । ଏହା ସହ ସବୁବର୍ଗର ଡ୍ରାଇଭର ଏହି ଆନ୍ଦୋଳନରେ ସାମିଲ ହେବାକୁ ସେ ଅନୁରୋଧ କରିଛନ୍ତି ।ଅନ୍ୟପଟେ ଆନ୍ଦୋଳନ ଫଳରେ ଯାତ୍ରୀମାନେ ବହୁତ ଅସୁବିଧାର ସମ୍ମୁଖୀନ ହେଉଥିବାର ଦେଖାଯାଇଛି। Post navigation ବନ୍ୟା ଜଳ ପହଞ୍ଚିବା ପରେ ବଢ଼ୁଛି ମୁଣ୍ଡଳି ଜଳସ୍ତର ପୁଣି ବିଜେପି ରାଜ୍ୟ ସଭାପତି ହେଲେ ମନମୋହନ ସାମଲ