କୋରାପୁଟରେ ଆଜି ମାରାଥନ୍ ପ୍ରଚାର ସମୟରେ ଜୟପୁରରେ ଆୟୋଜିତ ବିଶାଳ ଜନସଭାରେ ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ ସରକାରୀ ଯୋଜନା ସଫଳତା କଥା କହିବା ସହ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଦଳ ମିଛ କଥା କହୁଛନ୍ତି ଓ ବିରୋଧୀ ନେତାମାନେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ରାଜ୍ୟରେ ବିଏସକେୱାଇ ଯୋଜନା, ମମତା ଯୋଜନା, ଲକ୍ଷ୍ମୀ ବସ୍ ଯୋଜନା, ମିଶନ୍ ଶକ୍ତି, ପିଲାଙ୍କ ଶିକ୍ଷା ପାଇଁ ଛାତ୍ର ବୃତ୍ତି ବ୍ୟବସ୍ଥା , ଚାଷୀଙ୍କ ପାଇଁ କାଳିଆ ଯୋଜନା ସଫଳ ହେବା ପରେ ବି ବିରୋଧୀ ଏହାକୁ ଗ୍ରହଣ କରୁନାହାଁନ୍ତି ।

Leave a Reply

Your email address will not be published. Required fields are marked *