ବିଧାନସଭାରେ କଂଗ୍ରେସ ବିଧାୟକ ପବିତ୍ର ସାଉଁନ୍ତାଙ୍କ ପ୍ରଶ୍ନର ଉତ୍ତର ଦେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ରାଜ୍ୟର ଏକମାତ୍ର ଜିଲ୍ଲା ଭାବେ ଗଜପତିରେ ୧୨୯ଟି ଭୂସ୍ଖଳନ ପ୍ରବଣ ଅଞ୍ଚଳ ରହିଥିବା ବେଳେ ରାଜ୍ୟରେ ୧୪ ଟି ଜିଲ୍ଲାକୁ ଜୋନ-୩ ଭୂକମ୍ପ ଭୟ ରହିଛି। ଅଧିକ ସର୍ଭେ ପାଇଁ ଓସଡ଼ମା ଏବଂ ଅମୃତା ବିଶ୍ୱ ବିଦ୍ୟାଳୟ ମଧ୍ୟରେ ଚୁକ୍ତିନାମା ସ୍ୱକ୍ଷର ହୋଇଛି ।

ସେ ଆଉ ମଧ୍ୟ କହିଛନ୍ତି ଜୋନ-୩ ଭୂମିକମ୍ପ ଅଞ୍ଚଳରେ ମଧ୍ୟରେ କେନ୍ଦ୍ରାପଡା, ଜଗତସିଂହପୁର, କଟକ,ଖୋର୍ଦ୍ଧା,ପୁରୀ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ, ବରଗଡ଼, ବାଲେଶ୍ଵର, ମୟୂରଭଞ୍ଜ ରହିଛି । ଓଡ଼ିଶାରେ ସତର୍କତାମୂଳକ ଆଗୁଆ ପଦକ୍ଷେପ ନେବା ଜରୁରୀ ହୋଇପଡ଼ିଛି । ମୁଖ୍ୟତଃ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନର ସମ୍ଭାବନା ଅଧିକ ରହିଥାଏ । ସେହି ଦୃଷ୍ଟିରୁ ଭୁସ୍କଳନକୁ ହ୍ରାସ ପାଇଁ ବିଭିନ୍ନ ବିଭାଗ, ପାଣିପାଗ ନିର୍ଦ୍ଦେଶାଳୟ, ଅମୃତା ବିଶ୍ୱ ବିଦ୍ୟା ପୀଠ,କେରଳ ମଧ୍ୟରେ ଲଗାତାର ସମନ୍ୱୟ ବୈଠକ ବସୁଛି ବୋଲି କହିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ।

Leave a Reply

Your email address will not be published. Required fields are marked *