ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି ।
 
ଇଲେକ୍ଟୋରାଲ କଲେଜ୍‍ ପ୍ରସ୍ତୁତି ଓ ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ପୂର୍ବରୁ ହୋଇଥିବା ଉପରାଷ୍ଟ୍ରପତି ନିର୍ବାଚନ ବ୍ୟବସ୍ଥା ଉପରେ ଅନୁଧ୍ୟାନ କରାଯିବ ।
 
ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ବିଜ୍ଞପ୍ତି ଜରିଆରେ ଖୁବ୍‌ଶୀଘ୍ର ନିର୍ବାଚନ ତାରିଖ ଘୋଷଣା କରିବେ ଭାରତୀୟ ନିର୍ବାଚନ ଆୟୋଗ ।
 
ନିକଟରେ ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜଗଦୀପ ଧନଖଡ଼ ।

By Nirvay

Leave a Reply

Your email address will not be published. Required fields are marked *