କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ବିମାନ ବନ୍ଦରରେ ସମ୍ବର୍ଦ୍ଧନା । ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରେ ଫସିଥିବା ୮ ଜଣ ଓଡିଆ ଯୁବକ ଆଜି ନିଜ ଜନ୍ମମାଟିକୁ ଫେରିଛନ୍ତି । ଦୁବାଇରେ ଫସିଥିବା ୮ ଜଣ ଫେରିବା ପରେ ପରିବାର ପକ୍ଷରୁ ସମ୍ବର୍ଦ୍ଧନା । ଦୁବାଇରେ ଫସିଥିବା ୮ ଜଣ ଓଡ଼ିଆଙ୍କୁ ଓଡ଼ିଶା ଫେରାଇ ଆଣିବାକୁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଚିଠି ଲେଖି ହସ୍ତକ୍ଷେପ କରିବାକୁ କରିଥିଲେ ନିବେଦନ । ଲେବର ଏଜେଣ୍ଟଙ୍କ ଠକାମୀର ଶୀକାର ହୋଇ ଦୁବାଇରେ ଫଶିଥିଲେ କିଛି ଓଡ଼ିଆ ।

ସୂଚନା ମୁତାବକ, ଓଡ଼ିଶାର କିଛି ଯୁବକ ଗତ ମେ ମାସ ୧୯ ତାରିଖରେ ପାଇପମିସ୍ତ୍ରୀ ଭାବେ କାମ କରିବାକୁ ଏକ ଏଜେଣ୍ଟଙ୍କ ଜରିଆରେ ଦୁବାଇ ଯାଇଥିଲେ କିନ୍ତୁ ସେଠାରେ ପହଞ୍ଚିବା ପରେ କମ୍ପାନି କତ୍ତୃପକ୍ଷ ସେମାନଙ୍କୁ ଅନ୍ୟ କାମରେ ନିୟୋଜିତ କରିଥିଲେ। ଅନିଚ୍ଛା ପ୍ରକାଶ କରିବାରୁ କମ୍ପାନୀ କତ୍ତୃପକ୍ଷ ସେମାନଙ୍କୁ ଚାକିରିରୁ ବହିଷ୍କାର କରିଦେଇଥିଲେ। ସେମାନେ ବହୁ ଦୁଃଖ କଷ୍ଟରେ ଏକ ମସଜିଦରେ ଆଶ୍ରୟ ନେଇଥିଲେ। ନିରୁପାୟ ହୋଇ ପରିବାର ଲୋକ ସେମାନଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ ଶ୍ରୀ ପଣ୍ଡାଙ୍କ ହସ୍ତକ୍ଷେପ ଲୋଡିଥିଲେ। ଅନୁରୋଧକ୍ରମେ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କ ସହ ଯୋଗାଯୋଗ କରି ଏ ବିଷୟରେ ଅବଗତ କରିବା ସହ ତୁରନ୍ତ ଏ ଦିଗରେ ପଦକ୍ଷେପ ନେଇ ସମସ୍ତଙ୍କୁ ସୁରକ୍ଷିତ ଭାରତ ଫେରାଇ ଆଣିବା ସଙ୍ଗେ ସଙ୍ଗେ ସହାୟତା ଯୋଗାଇଦେବାକୁ ନିବେଦନ କରିଥିଲେ।

Leave a Reply

Your email address will not be published. Required fields are marked *