ମୟୂରଭଞ୍ଜ ଜାମଦାର ନିଲମ୍ବିତ ତହସିଲଦାର ଗିରଫ । ଝାରସୁଗୁଡ଼ା ଜିଲ୍ଲାର ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ପୂର୍ବତନ ନିର୍ବାହୀ ଅଧିକାରୀ ତଥା ମୟୂରଭଞ୍ଜଜିଲ୍ଲା ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଗିରଫ କରିଛି। ୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଅଭିଯୋଗରେ ଗିରଫ କରାଯାଇଛି । ବେଲପାହାଡ଼ NAC କାର୍ଯ୍ୟନିର୍ବାହୀ ଅଧିକାରୀ ଥିଲା ବେଳେ ହୋଇଥିଲା ହେରଫେର୍‌ । ଏନେଇ ରାଜସ୍ୱ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୂର୍ବରୁ ମ୍ୟୁନିସିପାଲିଟିର ଆକାଉଣ୍ଟାଣ୍ଟ ଗିରଫ ହୋଇଥିଲେ।

ସୂଚନାଯୋଗ୍ୟ, ମଧୁସ୍ମିତା ସିଂ ବେଲପାହାଡ଼ରେ କାର୍ଯ୍ୟରତ ଥିବା ବେଳେ ୪ କୋଟିରୁ ଊର୍ଦ୍ଧ୍ଵ ଟଙ୍କା ହେରଫେର ନେଇ ସଙ୍ଗୀନ ଅଭିଯୋଗ ହୋଇଥିଲା। ପ୍ରଥମେ ବେଲପାହାଡ଼ ପୁଲିସ ଏକ ମାମଲା ରୁଜୁ କରି ତତ୍କାଳୀନ ଆକାଉଣ୍ଟାଣ୍ଟ ବିଭୁତି ସହୁକୁ ଗିରଫ କରିଥିଲେ। ଗତ ୨୭ ତାରିଖରେ ମାମଲା ଇଓଡବ୍ଲୁ ହସ୍ତାନ୍ତର ହେବା ପରେ ୩୦ ତାରିଖରେ ସୁଶ୍ରୀ ସିଂଙ୍କୁ ରାଜ୍ୟ ସରକାରଙ୍କ ରାଜସ୍ବ ବିଭାଗ ପକ୍ଷରୁ ନିଲମ୍ବନ କରାଯାଇଥିଲା।

Leave a Reply

Your email address will not be published. Required fields are marked *