ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ (୯୫)ଙ୍କ ପରଲୋକ ହୋଇଯାଇଛି। ଭଣ୍ଡାରେଙ୍କ ବିୟୋଗରେ ରାଜ୍ୟପାଳ ରଘୁବର ଦାସ ଶୋକ ପ୍ରକାଶ କରିବା ସହ ଅମର ଆତ୍ମାର ସଦ୍ଗତି ନିମନ୍ତେ କାମନା କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। ଏଥିସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଭଣ୍ଡାରେଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ଓଡ଼ିଶାର ଅନ୍ୟତମ ଲୋକପ୍ରିୟ ରାଜ୍ୟପାଳ ଭାବେ ପରିଚିତ ମୁରଲୀଧର ଭଣ୍ଡାରେ ୨୧ ଅଗଷ୍ଟ ୨୦୦୭ରୁ ୯ ମାର୍ଚ୍ଚ ୨୦୧୩ ପର୍ଯ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଥିଲେ। ସେ ପିଲାଙ୍କ ମଧ୍ୟରେ ବେଶ୍ ପରିଚିତ ଥିଲେ। ଯେକୌଣସି ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମକୁ ଗଲେ ସେ ଛୋଟ ପିଲାଙ୍କୁ ବହୁତ ସ୍ନେହ କରୁଥିଲେ। ଏପରିକି ଛୋଟ, ବଡ଼ ଅନୁଷ୍ଠାନ ଯିଏ ତାଙ୍କୁ ଅତିଥି ଭାବେ ଡାକୁଥିଲେ ସେ ନିମନ୍ତ୍ରଣ ରକ୍ଷା କରି ସେଠାକୁ ଯାଉଥିଲେ। Post navigation ଓଡ଼ିଶା ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ଵର ବିଭାଗ ଆହୁରି ୪ ଦିନ ତାତିରୁ ନିସ୍ତାର ନାହିଁ !