ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ। Post navigation ବାତ୍ୟା ସମ୍ପର୍କିତ ପ୍ରସ୍ତୁତି ବୈଠକ: କେହି ଭୟଭୀତ ନହେବାକୁ ପରାମର୍ଶ ସହ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି କହିଲେ ମୁଖ୍ୟମନ୍ତ୍ରୀ ବିଜେଡିର ଦ୍ଵିତୀୟ ପର୍ଯ୍ୟାୟ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବା ପାଇଁ ଗୁରୁତ୍ବପୂର୍ଣ ବୈଠକ