ଏସସି/ଏସଟି କର୍ମଚାରୀ କଲ୍ୟାଣ ପରିଷଦ ପକ୍ଷରୁ ନବନିର୍ବାଚିତ ସାଂସଦ ଓ ବିଧାୟକଙ୍କ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ ସମ୍ବର୍ଦ୍ଧନା ସମାରୋହ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦବୋଧନ ଦେଇଛନ୍ତି। କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମଙ୍କ ସମେତ ରାଜ୍ୟ ମନ୍ତ୍ରିମଣ୍ଡଳର ବହୁ ମନ୍ତ୍ରୀ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି।