କଟକ: କଟକ ନିକଟ ମଙ୍ଗୁଳି ଛକରେ ଦୁର୍ଘଟଣା । କାର ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଚୌଦ୍ବାର ଦମକଳ ବାହିନୀ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି। ତେବେ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ମଙ୍ଗୁଳି ଛକରେ ଏକ ଟ୍ରକ ରାସ୍ତାକଡରେ ଛିଡା ହୋଇଥିବାବେଳେ ସୁଧାକର ବସନ୍ତଙ୍କ କାରଟି ଆସି ପିଟି ହୋଇଯାଇଛି। କାରଟି ଚଣ୍ଡୀଖୋଲ ପଟୁ କଟକ ଆଡକୁ ଆସୁଥିବାବେଳେ ଏଭଳି ଅଘଟଣ ଘଟିଛି। ପରେ ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି କାରଟିକୁ କାଟି ସୁଧାକରଙ୍କୁ ଉଦ୍ଧାର କରିଥିଲେ । କାର ଡ୍ରାଇଭର ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *