କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଦେଶର ଆଗାମୀ ବଜେଟ୍ ଉପସ୍ଥାପନ କରୁଛନ୍ତି। ଲଗାତାର ଅଷ୍ଟମ ଥର ପାଇଁ ଉପସ୍ଥାପନ କରୁଛନ୍ତି ସୀତାରମଣ । ସେ କହିଛନ୍ତି ଅର୍ଥନୀତିରେ ସମୃଦ୍ଧି ସାରା ବିଶ୍ବକୁ ଚକିତ କରିଛି । ଗତ ୧୦ ବର୍ଷରେ ଅନେକ ସଂସ୍କାର କରାଯାଇଛି । ଏଥର ବଜେଟ୍‌ରେ ୧୦ଟି କ୍ଷେତ୍ରକୁ ଗୁରୁତ୍ବ ଦିଆଯାଇଛି ।ମଧ୍ୟମ ଶ୍ରେଣୀ ଲୋକଙ୍କ ବିକାଶକୁ ବେଶୀ ଗୁରୁତ୍ବ ଦିଆଯାଇଛି ।

ସେ ଆଉ ମଧ୍ୟ କହିଛନ୍ତି ପ୍ରଧାନମନ୍ତ୍ରୀ କୃଷି ଧନ ଜନ ଯୋଜନାକୁ ପ୍ରାଥମିକତା ଦିଆଯାଇଛି । କୃଷି ଉତ୍ପାଦନ ବୃଦ୍ଧି ଉପରେ ରହିଛି ଗୁରୁତ୍ବ । ଏହା ଦ୍ବାରା ଉପକୃତ ହେବେ ୧.୭ କୋଟି କୃଷକ । ଏହା ସହ ଏଡିବୁଲ ଅଏଲରେ ଆତ୍ମନିର୍ଭର ହେବା ଲକ୍ଷ୍ୟ ରହୁଚି । ଏଥିପାଇଁ ୬ ବର୍ଷିଆ ସ୍କିମ୍‌ ସରକାର ଆରମ୍ଭ କରିବାକୁ ଯାଉଛନ୍ତି । ବିହାରରେ ଏକ ମକାନା ବୋର୍ଡ ଗଠନ କରାଯିବ ।ମକାନା ବୋର୍ଡ ବିହାର କୃଷକଙ୍କୁ ତାଲିମ ପ୍ରଦାନ କରିବ । ମତ୍ସ୍ୟ ଉତ୍ପାଦନରେ ଭାରତ ସାରା ବିଶ୍ବରେ ଦ୍ବିତୀୟ ସ୍ଥାନରେ ରହିଛି ।

Leave a Reply

Your email address will not be published. Required fields are marked *