କୋରାପୁଟ ମେଡିକାଲ କଲେଜରେ ଅଗ୍ନିକାଣ୍ଡ । କୋରାପୁଟ ସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଓ ହସ୍ପିଟାଲର ମାତୃ ଓ ଶିଶୁ ବିଭାଗ (SNCU) ୱାର୍ଡରେ ଲାଗିଲା ନିଆଁ । ତେବେ ନିଆଁ ଲାଗିଥିବା ଜାଣି ବିଭାଗରେ ଥିବା ସମସ୍ତ ନବଜାତ ଶିଶୁ ଓ ମା’ଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଥିବା ଦେଖିବାକୁ ମିଳିଛି । କିନ୍ତୁ ୩୦ ରୁ ଅଧିକ ମା ଓ ଶିଶୁ ଗୁରୁତର ଥିବା ସୂଚନା ମିଳିଛି । ଏହା ସହ ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀ ଓ ଓଡ୍ରାଫ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି। ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡ଼ିନଥିଲେ ମଧ୍ୟ ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।

Leave a Reply

Your email address will not be published. Required fields are marked *