ଛତିଶଗଡ଼ ନାରାୟଣପୁରରେ ପୋଲିସ ସହ ଗୁଳି ବିନିମୟରେ ମଙ୍ଗଳବାର ୫ ମାଓବାଦୀ ନିହତ ହୋଇଛନ୍ତି । ଛତିଶଗଡ଼ ନାରାୟଣପୁର ଜିଲ୍ଲା ଅବୁଝମାଡର ଘାମାଣ୍ଡି ଏବଂ କୁରେଭାଇ ଗ୍ରାମ ମଧ୍ୟରେ ଛତିଶଗଡ଼ର ୪ ଜିଲ୍ଲାରୁ ୧୦୦ରୁ ଊର୍ଦ୍ଧ୍ୱ ଏସ୍‌ଟିଏଫ୍‌, ଡିଆର୍‌ଜି ଓ ସିଆର୍‌ପିଏଫ୍‌ ଯବାନ ଓ ସ୍ଥାନୀୟ ପୋଲିସ ପକ୍ଷରୁ ଗତ ୩୦ ତାରିଖରୁ ତଲାସି ଆରମ୍ଭ କରିଥିଲେ। ଏହି ଅଭିଯାନ ୨ ଦିନ ଧରି ଜାରି ରହିଥିବା ବେଳେ ମଙ୍ଗଳବାର ଜଙ୍ଗଲରେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ। ଯେଉଁଥିରେ ମାଓବାଦୀମାନେ ଯବାନଙ୍କୁ ଦେଖି ଗୁଳି ଚାଳନା କରିଥିବା ବେଳେ ପୋଲିସ ପକ୍ଷରୁ ମଧ୍ୟ ପାଲଟା ଆକ୍ରମଣ ହୋଇଥିଲା। ଦୀର୍ଘ ସମୟ ଧରି ଗୁଳି ବିନିମୟ ଜାରି ରହିଥିବା ବେଳେ ସେଥିରେ ୫ ମାଓବାଦୀ ନିହତ ହୋଇଥିବା ଏବଂ ବହୁ ଆହତ ହୋଇଥିବା ସୂଚନା ମିଳି । ଯବାନମାନେ ଫେରିବା ପରେ ସମସ୍ତ ତଥ୍ୟ ଜଣାପଡ଼ିବ ବୋଲି କୁହାଯାଇଛି । ଏହାସହ ଗୁଳି ବିନିମୟରେ କୌଣସି ଯବାନ ଆହତ ହୋଇ ନଥିବା ବସ୍ତର ଆଇଜି ସୁନ୍ଦର ରାଜ ପି. ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *