ବାତ୍ୟା ଛତିଶଗଡ଼ ମୁହାଇଁବା ସମୟରେ ଏହାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଏହି ବାତ୍ୟା ଓ ପାଣିପାଗର ପରିବର୍ତ୍ତନ କାରଣରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ବିଶେଷକରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ଅତିପ୍ରବଳ ବର୍ଷା ତାଣ୍ଡବ ରଚିପାରେ ବୋଲି ଆକଳନ କରାଯାଇଛି। ଏହା ସହିତ ଦକ୍ଷିଣ ଓଡ଼ିଶାରେ ହଠାତ୍ ବନ୍ୟା ବା ଫ୍ଲାସ୍ ଫ୍ଲଡ୍ ହେବାର ଆଶଙ୍କା ବଢ଼ିବାରେ ଲାଗିଛି।

ପାଣିପାଗ ସ୍ଥିତିକୁ ଦୃଷ୍ଟିରେ ରଖି ପବନର ବେଗ ମଧ୍ୟ ବୃଦ୍ଧି ପାଇବ। ଘଣ୍ଟାପ୍ରତି ୫୦ରୁ ୬୦ କିମି ଏବଂ କିଛି ସ୍ଥାନରେ ୭୦ କିମି ବେଗରେ ପ୍ରବଳ ପବନ ବହିବାର ସମ୍ଭାବନା ରହିଛି। ସ୍ୱତନ୍ତ୍ର ଭାବେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଏବଂ ଗଜପତି ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୭୦ କିମି ପର୍ଯ୍ୟନ୍ତ ଛୁଇଁପାରେ। କେବଳ ଦକ୍ଷିଣ ଓଡ଼ିଶା ନୁହେଁ, ଆଗାମୀ ସମୟରେ ଉତ୍ତର ଓଡ଼ିଶାରେ ମଧ୍ୟ କ୍ରମଶଃ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Leave a Reply

Your email address will not be published. Required fields are marked *