ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା । ହାଲୁକାରୁ ମଧ୍ୟମ ଧରଣର ସହ କିଛି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ସୂଚନା ଦେଲେ ଭୁବନେଶ୍ବର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂଷ୍ଣିବଳୟ ସୃଷ୍ଟି ହୋଇପାରୋ ପ୍ରଭାବରେ ୨୪ ଓ ୨୫ ତାରିଖ ଦୁଇ ଦିନ ଧରି ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୬ ପରଠାରୁ ବର୍ଷାର ପ୍ରଭାବ କମିବ । ୨୪ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍ସିଂହପୁର ଓ କେନ୍ଦ୍ରାପଡ଼ା ଆଦି ୫ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିଭଳି ୨୫ ତାରିଖରେ ସମ୍ବଲପୁର ଓ ଅନୁଗୋଳ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ କରାଯାଇଛି। ଏଥିସହ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ତେଣୁ ଓଡ଼ିଶା ଉପକୂଳକୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ମନା କରାଯାଇଛି। Post navigation ଡାକ୍ତରଙ୍କ ସୁରକ୍ଷା ପାଇଁ କାଲିସୁଦ୍ଧା ଆସିବ ସ୍ୱତନ୍ତ୍ର ଏସ୍ଓପି ବିଜେପିରେ ମିଶିଲେ ହିଞ୍ଜିଳିର ଶତାଧିକ ନିର୍ବାଚିତ ପ୍ରତିନିଧି