ପରଲୋକରେ ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ । ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୫୨ ବର୍ଷ ବୟସରେ ବିୟୋଗ ହୋଇଛି । ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରୁ ୨ ଥର ବିଧାୟକ ହୋଇଥିଲେ । କିଡ଼ନୀ ରୋଗରେ ଆକ୍ରାନ୍ତ ଥିବା ବେଳେ ଭୁବନେଶ୍ୱରରେ ରହି ଚିକିତ୍ସିତ ହେଉଥିଲେ କରେନ୍ଦ୍ର । କରେନ୍ଦ୍ର ମାଝୀଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିବା ସହ କ୍ୟାପିଟାଲ ହସ୍ପିଟାଲରେ ବାଲିଗୁଡ଼ାର ପୂର୍ବତନ ବିଧାୟକ ସ୍ବର୍ଗତ କରେନ୍ଦ୍ର ମାଝୀଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,ଆମ ଦଳର ବରିଷ୍ଠ ନେତା ତଥା ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ ବିଷୟରେ ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି।

Leave a Reply

Your email address will not be published. Required fields are marked *