ଭୁବନେଶ୍ୱର: ପରଲୋକରେ ପୂର୍ବତନ ସାଂସଦ ତଥା ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଅନାଦି ଚରଣ ସାହୁ। ୧୯୯୯ ମସିହାରେ ବ୍ରହ୍ମପୁର ଲୋକସଭା ଆସନରୁ ବିଜେପି ଟିକେଟରେ ନିର୍ବାଚିତ ହୋଇଥିଲେ ଅନାଦି। କଟକର ସିଡିଏ ସ୍ଥିତ ବାସଭବନରେ ୮୪ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି।

ମିଳିଥିବା ସୂଚନା ମୁତାବକ ୧୯୯୬ରେ ପ୍ରଥମ ବରିଷ୍ଠ ଆଇପିଏସ ଅଫିସର ଭାବେ ଅନାଦି ସାହୁ କଟକ ଲୋକସଭା ଆସନରୁ ପ୍ରତିଦ୍ବନ୍ଦ୍ବିତା କରିଥିଲେ। ପୁଲିସ ବିଭାଗର ଆଇଜି ପଦବିରେ କାର୍ଯ୍ୟ କରୁଥିବା ଶ୍ରୀ ସାହୁ ସେହି ବର୍ଷ ଚାକିରିରୁ ଇସ୍ତଫା ଦେଇ କଂଗ୍ରେସ ପ୍ରାର୍ଥୀ ଭାବେ କଟକ ଲୋକସଭା ଆସନରୁ ପ୍ରତିଦ୍ବନ୍ଦ୍ବିତା କରି ବିଜୟୀ ହୋଇଥିଲେ।

ପରେ ସେ ବିଜେପିରେ ଯୋଗ ଦେଇ ୧୯୯୯ ମସିହାରେ ବ୍ରହ୍ମପୁର ଲୋକସଭା ଆସନରୁ ବିଜୟୀ ହୋଇଥିଲେ ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *