ସୁନ୍ଦରଗଡ଼ ଜିଲ୍ଲା ବଣାଇ ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କ ପରଲୋକ ଘଟିଛି । ଖୁଟୁଗାଁରେ ୯୨ ବର୍ଷ ବୟସରେ ଆଖି ବୁଜିଲେ ହେମେନ୍ଦ୍ର ପ୍ରସାଦ ମହାପାତ୍ର । ଲଗାତାର ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ହେମେନ୍ଦ୍ର । ୧୯୬୧, ୬୭ ଓ ୭୧ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

ସୂଚନା ଯୋଗ୍ୟ; ହେମେନ୍ଦ୍ର ୧୯୩୪ ମସିହାର ଜାନୁଆରୀ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ହେମେନ୍ଦ୍ର ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ ।ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୧୯୬୧, ୧୯୬୭ ଓ ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୪ର୍ଥ ଓ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

Leave a Reply

Your email address will not be published. Required fields are marked *