ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ କୁବେର ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ । ଏକକାଳୀନ ୯ଟି ସ୍ଥାନରେ ଚଢ଼ଉ କରୁଛି ଭିଜିଲାନ୍ସ । ଭୁବନେଶ୍ୱର ନୟାପଲ୍ଲୀସ୍ଥିତ ବାସଗୃହ, ଭୁବନେଶ୍ୱରସ୍ଥିତ କସ୍ମୋପଲିସ ଫ୍ଲାଟ, ଝାରସୁଗୁଡାସ୍ଥିତ ଆସିଆନା ଆପାର୍ଟମେଣ୍ଟର ୩ଟି ଫ୍ଲାଟ, କଟକ ଜିଲ୍ଲା ଆଠଗଡ଼ସ୍ଥିତ ପୈତୃକ ଘର, ତିଗିରିଆସ୍ଥିତ ସମ୍ପର୍କୀୟଙ୍କ ଘର, ଭୁବନେଶ୍ୱର ନୀଳକଣ୍ଠ ନଗରର ଆଉ ଜଣେ ସମ୍ପର୍କୀୟଙ୍କ ଘରେ ଚଢ଼ଉ କରୁଛି ଭିଜିଲାନ୍ସ ।

Leave a Reply

Your email address will not be published. Required fields are marked *