ପୂର୍ବତନ କଂଗ୍ରେସ ବିଧାୟକ ଡମ୍ବରୁଧର ଉଲାକାଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଥିବାରସୂଚନା ।

ସେ କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ୫ ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଡମ୍ବରୁଧର ଉଲାକାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଦେଖିବକୁ ମିଳିଛି ।

ଶ୍ରୀ ଉଲାକା ୧୯୭୪ ମସିହାରେ ପ୍ରଥମ ଥର କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୧୯୭୭, ୧୯୯୫, ୨୦୦୪ ଓ ୨୦୦୯ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Leave a Reply

Your email address will not be published. Required fields are marked *