ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ବିଜେପି ନେତା ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ। ବାର୍ଦ୍ଧକ୍ଯ ଜନିତ ଅସୁସ୍ଥତା କାରଣରୁ ବିଶ୍ବଭୂଷଣଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି । ତେଣୁ ତାଙ୍କୁ ପରିବାର ପକ୍ଷରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ସୂଚନା ମିଳିଛି । ଡାକ୍ତରୀ ଟିମ୍ ଲଗାତର ଭାବେ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତି କରାଯାଉଥିବା ନେଇ ଦେଇଛନ୍ତି ପୁଅ ପୃଥ୍ବୀରାଜ ହରିଚନ୍ଦନ । ବିଶ୍ବଭୂଷଣ ହରିଚନ୍ଦନ ୧୯୭୧ ମସିହାରେ ଭାରତୀୟ ଜନସଂଘର ଜଣେ କର୍ମକର୍ତ୍ତା ଭାବେ ଯୋଗଦେଇଥିଲେ । ଏହାପରେ ୧୯୭୭ ମସିହାରେ ଜନତା ପାର୍ଟିର ସାଧାରଣ ସଂପାଦକ ଭାବେ ଦାୟିତ୍ୱ ତୁଲାଇଥିଲେ । ୧୯୭୭ରେ ମଧ୍ୟ ଜନତା ପାର୍ଟିର ଟିକେଟରେ ଚିଲିକା ବିଧାନସଭା ନିର୍ବାଚନ ଲଢିଥିଲେ । ୧୯୯୬ରେ ବିଜେପିରେ ସାମିଲ ହୋଇଥିଲେ । ୨୦୧୯ ମସିହାରେ ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ରୂପେ ନିଯୁକ୍ତ ହୋଇଥିଲେ । ସକ୍ରିୟ ରାଜନୀତିରେ ଥାଇ ସେ ୫ଥର ଓଡ଼ିଶା ବିଧାନ ସଭାକୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ଓ ରାଜ୍ୟ ସରକାରରେ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । Post navigation ଦିଲ୍ଲୀ ନିର୍ବାଚନ ପରେ ଘୋଷଣା ହେବ ପିସିସି ସଭାପତି ନାଁ ପୁଣି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଉଦ୍ୟମ