ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୭୯ ବର୍ଷ ହୋଇଥିଲା। ଗତକାଲି ରାତି ୧୨ଟା ୧୫ ମିନିଟରେ ଚିକିତ୍ସାଧୀନ ଅବସ୍ଥାରେ କମଳା ଦାସଙ୍କର ପରଲୋକ ହୋଇଛି।

କମଳା ଦାସଙ୍କ ଫୁସଫୁସରେ ସଂକ୍ରମଣ ହୋଇଥିଲା। ସେ ପ୍ରଥମେ ରାଜଧାନୀର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଥିଲେ।ପରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରେଗତକାଲି ରାତି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକ ସୂଚନା ଦେଇଛନ୍ତି।

କମଳା ଦାସ ଜଣେ ରାଜନୀତିଜ୍ଞ ଥିଲେ। ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ। ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ। ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ। ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ। କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ।

କମଳା ଦାସ ଜନତା ଦଳର ପ୍ରତିନିଧି ଭାବରେ ୧୯୯୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ଏହି ବିଧାନ ସଭାରେ ସେ ୧୯୯୦ ମସିହାରୁ ୧୯୯୫ ମସିହା ଯାଏଁ କାର୍ଯ୍ୟ କରିଥିଲେ।

୧୯୯୫ ମସିହାରେ ଓଡ଼ିଶା ବିଧାନସଭା ନିର୍ବାଚନରେ ସେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ୧୯୯୫ ମସିହାରୁ ୨୦୦୦ ମସିହା ଯାଏଁ ସେ କାର୍ଯ୍ୟ କରିଥିଲେ। ଏହି ସମୟରେ ନବୀନ ପଟ୍ଟନାୟକଙ୍କର ନେତୃତ୍ୱରେ ବିଜୁ ଜନତା ଦଳର ଗଠନ ହେଲା ଏବଂ କମଳା ବିଜୁ ଜନତା ଦଳରେ ଯୋଗ ଦେଇଥିଲେ।

୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ପୁଣିଥରେ ଭୋଗରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାସହ ୧୨ଶ ଓଡ଼ିଶା ବିଧାନ ସଭାରେ ସେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଦୁଇଟି ବିଭାଗର ମନ୍ତ୍ରୀ ଥିଲେ। କମଳା ମହିଳା ଓ ଶିଶୁ ବିକାଶ କଲ୍ୟାଣ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବରେ ୬ ମାର୍ଚ୍ଚ ୨୦୦୦ରୁ ୯ ଜୁଲାଇ ୨୦୦୧ ଯାଏଁ କାର୍ଯ୍ୟ କରିଥିଲେ।

 

 

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *