ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)ର ପ୍ରତିଷ୍ଠାତା ଶିବୁ ସୋରେନଙ୍କ ଦେହାନ୍ତ। ୮୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଯାଇଛି। ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ସେ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ସୋମବାର ଦିନ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ପୁଅ ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଏହି ଦୁଃଖଦ ଖବରକୁ ନିଶ୍ଚିତ କରିଛନ୍ତି।

ଶିବୁ ସୋରେନ୍ ଅନେକ ଥର ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଥିଲେ। ୨୦୨୦ ମସିହାରେ ରାଜ୍ୟସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା, ସେବେଠାରୁ ଶିବୁ ସୋରେନ୍ ରାଜନୀତିରେ ବହୁତ ସକ୍ରିୟ ଦେଖାଯାଇ ନଥିଲେ। ଗତ ମାସେରୁ ଅଧିକ ସମୟ ଧରି ଶିବୁ ସୋରେନ୍‌ ଅସୁସ୍ଥ ଥିଲେ । ଜୁନ୍ ୧୯ ତାରିଖରୁ ସେ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ଥିଲେ। କିଡନୀ ଜନିତ ସମସ୍ୟା ପାଇଁ ସେ ଚିକିତ୍ସିତ ହେଉଥିଲେ । ଦୀର୍ଘ ଅସୁସ୍ଥତା ପରେ ସେ ସୋମବାର ଦିଲ୍ଲୀର ଏକ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

Leave a Reply

Your email address will not be published. Required fields are marked *