ଲାଞ୍ଜିଗଡ଼ର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା। ଶିବାଜୀ ମାଝୀ ଦୀର୍ଘଦିନ ଧରି ଅସୁସ୍ଥତା ଅନୁଭବ କରୁଥିଲେ। ଆଜି ଭୋର ସମୟରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଓ ସ୍ଥାନୀୟ ସୂତ୍ରରୁ ଜଣାପଡ଼ିଛି।

ଦିବଙ୍ଗତ ବିଧାୟକ ଶିବାଜୀ ମାଝୀ ୨୦୦୯ ମସିହାରେ ଲାଞ୍ଜିଗଡ଼ରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେ ପ୍ରଥମେ କଂଗ୍ରେସ ଦଳରୁ ବିଧାୟକ ଭାବେ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ବିଜେଡିରେ ଯୋଗଦେଇଥିଲେ । ଗତ ବିଜେଡି ସରକାର ସମୟରେ ସେ କଳାହାଣ୍ଡି ଜିଲ୍ଲା ଆଦିବାସୀ ଓ ହରିଜନ ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବହୁ ରାଜନେତା ଓ ସମର୍ଥକ ତାଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି।

 

 

Leave a Reply

Your email address will not be published. Required fields are marked *