ପଦ୍ମପୁରର ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସତ୍ୟ ଭୂଷଣ ସାହୁଙ୍କର ଦେହାନ୍ତ ହୋଇଛି। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ୭୩ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଗଭୀର ଶୋକର ଛାୟା ଖେଳିଯାଇଛି। ପଦ୍ମପୁର ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଟିକେଟରେ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେସତ୍ୟ ଭୂଷଣ ସାହୁ । ଏଥି ସହିତ ଓଡ଼ିଶା ବିଧାନସଭାର ମୁଖ୍ୟ ସଚେତକ ଭାବେ ମଧ୍ୟ ସେ ଦାୟିତ୍ୱ ତୁଲାଇଥିଲେ। Post navigation 105 Indians Missing in Nepal Floods; Bihar on High Alert