SC Gives Clean Chit To Dr. Manmohan Singh In Coal Allocation Case

ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ। ୯୨ ବର୍ଷ ବୟସରେ ଡକ୍ଟର ମନମୋହନ ସିଂହଙ୍କ ପରଲୋକ ହୋଇଛି ।  ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଗୁରୁବାର ବିଳମ୍ବିତ ରାତିରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଏମ୍ସରେ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ରାତି ୮ଟା ୬ ମିନିଟରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲାଥିବା ବେଳେ ରାତି ୯ଟା ୫୧ ମିନିଟରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା ।

ପୂର୍ବତନ ପ୍ରଧାନମନ୍ତ୍ରୀ ତାଙ୍କ କାର୍ଯ୍ୟକାଳ ସମୟରେ ଅନେକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଥିଲେ। ଅର୍ଥନୀତିକୁ ସୁଧାରି ଥିଲେ। ସେ ପ୍ରଥମ ଥର ପାଇଁ ୧୯୯୧ ଅକ୍ଟୋବରରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ନରସିଂହ ରାଓଙ୍କ ସରକାରରେ ୧୯୯୧ରୁ ୧୯୯୬ ପର୍ଯ୍ୟନ୍ତ ମନମୋହନ ଅର୍ଥମନ୍ତ୍ରୀ ରହିଥିଲେ। ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଥିଲେ।

Leave a Reply

Your email address will not be published. Required fields are marked *