ଗଞ୍ଜାମ ପୋଲସରାର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ। ଗୁରୁବାର ରାତି ପ୍ରାୟ ୯ଟା ବେଳେ ତାଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା । ଏକାଧିକ ବ୍ରେନ ହାମରେଜ ସହ ବିଭିନ୍ନ ଜାଗାରେ ରକ୍ତ ଜମାଟ ବାନ୍ଧିଥିବା ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି ତାଙ୍କ ପୁଅ ଦୀପକ ପ୍ରଧାନ । ଏହାସହ ମଧୁମେହ ରୋଗରେ ବି ସେ ପୀଡ଼ିତ ରହିଥିଲା । ତାଙ୍କ ଦେହାନ୍ତ ଖବର ପ୍ରକାଶ ପାଇବା ପରେ ଓଡ଼ିଶା ରାଜନୀତିରେ ଶୋକରଛାୟା ଖେଳିଯାଇଛି । ଆଜି ବିଧାନସଭା ଯିବ ନିରଞ୍ଜନଙ୍କ ମରଶରୀର । ସେଠାରେ ଦଳର ସମସ୍ତ ନେତା ଓ ମନ୍ତ୍ରୀ ତାଙ୍କର ଶେଷଦର୍ଶନ କରିବେ ।

ସୂଚନା ଯୋଗ୍ୟ; ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ ପ୍ରଥମେ ୧୯୭୯ରେ ରାଜନୀତିରେ ପ୍ରବେଶ କରିଥିଲେ । ୧୯୮୦ରେ ଘୋଡ଼ାପଲାଣରୁ ସରପଞ୍ଚ ଭାବେ ଲଢି ସେ ବିଜୟୀ ହୋଇଥିଲେ । ପରେ ୧୯୯୦ରୁ ୧୯୯୩ ମଧ୍ୟରେ ସେ ପୋଲସରା ବ୍ଲକ ଅଧ୍ୟକ୍ଷ ରହିଥିଲେ । ୧୯୯୫ ରେ କୋଦାଳ ନିର୍ବାଚନ ମଣ୍ଡଳୀରୁ ସ୍ବାଧୀନ ପ୍ରାର୍ଥୀ ଲଢି ପରାଜିତ ହୋଇଥିଲେ । ଏହାପରେ ବିଜେଡି ଟିକେଟରେ ୨୦୦୪ ଓ ୨୦୦୯ରେ ବିଧାୟକ ହୋଇଥିଲେ ନିରଞ୍ଜନ । ପରେ ୨୦୧୯ ରେ ନିର୍ବାଚନ ସମୟରେ ଦଳ ତାଙ୍କୁ ଟିକେଟ ଦେଇନଥିଲା । ଏଥିରେ ଅସନ୍ତୋଷ ବ୍ୟକ୍ତ କରି ବିଜେଡି ଛାଡି ସେ ବିଜେପିରେ ସାମିଲ ହୋଇଥିଲେ ।

 

Leave a Reply

Your email address will not be published. Required fields are marked *