କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ । ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସ ଭବନରେ ତାଙ୍କର ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ । ଅସୁସ୍ଥତା କାରଣରୁ ୬ ଦିନ ପୂର୍ବରୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଲେ । ଆଜି ଦିନ ପ୍ରାୟ ସାଢେ ୧୦ଟା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଡ.ଦେବେନ୍ଦ୍ର ପ୍ରଧାନ ପୂର୍ବରୁ ବାଜପେୟୀଙ୍କ ସରକାରରେ କେନ୍ଦ୍ର ମନ୍ତ୍ରୀ ଭାବେ ନିଜର କାର୍ଯ୍ୟ ତୁଲାଇଥିଲେ। କେବଳ ସେତିକି ନୁହେଁ ରାଜ୍ୟ ସଭାପତି ଭାବେ ମଧ୍ୟ ନିଜର କାର୍ଯ୍ୟ ତୁଲାଇଥିଲେ। ୧୯୮୮ରୁ ୧୯୯୩ ରାଜ୍ୟ ବିଜେପି ସଭାପତି ଥିଲେ ଦେବେନ୍ଦ୍ର । ୧୯୯୩ରୁ ୧୯୯୫ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଥିଲେ । ପୁନର୍ବାର ୧୯୯୫ରୁ ୧୯୯୭ ଯାଏଁ ବିଜେପି ସଭାପତି ରହିଥିଲେ । ୧୯୯୮ରେ ଦେବଗଡ଼ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୮-୧୯୯୯ରେ କେନ୍ଦ୍ର ଭୂପୃଷ୍ଠ ପରିବହନ ରାଷ୍ଟ୍ରମନ୍ତ୍ରୀ ଥିଲେ । ଏହାପରେ ୧୯୯୯-୨୦୦୪ ପର୍ଯ୍ୟନ୍ତ ତ୍ରୟୋଦଶ ଲୋକସଭା ପାଇଁ ଦେବଗଡ଼ ସଂସଦୀୟ କ୍ଷେତ୍ରରୁ ପୁନଃନିର୍ବାଚିତ ସାଂସଦ ହୋଇଥିଲେ। ୧୯୯୯-୨୦୦୧ରେ ସେ କେନ୍ଦ୍ର ଭୂପୃଷ୍ଠ ପରିବହନ ରାଷ୍ଟ୍ରମନ୍ତ୍ରୀ ଏବଂ କୃଷି ରାଷ୍ଟ୍ରମନ୍ତ୍ରୀ ରହିଥିଲେ । ଏହାପରେ ୨୦୦୧-୨୦୦୨ରେ ସେ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ରହିଥିଲେ । Post navigation ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ, ବାସଭବନରେ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ