ଜମ୍ମୁ-କଶ୍ମୀରର କଠୁଆ ଜିଲ୍ଲାରେ ସେନା ଉପରେ ଏକ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ୪ ଯବାନ ସହିଦ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଥିବା ଜଣାଯାଇଛି ।

ସୂଚନା ଅନୁସାରେ, କଠୁଆ ସହରଠାରୁ ୧୫୦ କିଲୋମିଟର ଦୂର ଲୋହାଇ ମଲହାରର ବଡନୋଟା ଗାଁରେ ସେନାର କିଛି ଗାଡ଼ି ନିୟମିତ ପାଟ୍ରୋଲିଂ କରୁଥିବା ବେଳେ ଆତଙ୍କବାଦୀମାନେ ସେମାନଙ୍କୁ ଟାର୍ଗେଟ କରିଥିଲେ। ଆତଙ୍କବାଦୀମାନେ ପ୍ରଥମେ ଗ୍ରେନେଡ ଫିଙ୍ଗିବା ପରେ ଗୁଳିଚଳନା କରିଥିଲେ। ସେନା ପକ୍ଷରୁ ଏହାର ଜବାବ ଦିଆଯାଇଥିଲା। କିନ୍ତୁ ଆତଙ୍କବାଦୀମାନେ ନିକଟସ୍ଥ ଜଙ୍ଗଲ ମଧ୍ୟଦେଇ ଫେରାର ହୋଇଯାଇଥିଲେ। ତେବେ ସଂପୃକ୍ତ ଅଂଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି।

Leave a Reply

Your email address will not be published. Required fields are marked *