Fresh Low-Pressure Area Likely to Form Over Bay of Bengal Within 24 Hours
ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
 
ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବ ବାଂଲାଦେଶ ଉପକୂଳ ସଂଲଗ୍ନ ସମୁଦ୍ର ଅଞ୍ଚଳରେ ମଧ୍ୟ ଦେଖାଯାଉଛି।
 
ଏହି ଘୂର୍ଣ୍ଣିବଳୟର ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ପାଗରେ ପରିବର୍ତ୍ତନ ଆସିବା ସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ମଧ୍ୟ ବର୍ଷାର ପରିମାଣ ବଢ଼ିପାରେ ।

By Nirvay

Leave a Reply

Your email address will not be published. Required fields are marked *