Fresh Low-Pressure System Likely Over BoB on October 1
ପାର୍ବଣକୁ ଫିକା କରିପାରେ ବର୍ଷା । ଆସନ୍ତା ୧ ତାରିଖ ବେଳକୁ ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
 
ଫଳରେ ଉତ୍ତର ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଅକ୍ଟୋବର ୧ ତାରିଖ ରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
 
ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଆଗାମୀ ୨୪ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।

By Nirvay

Leave a Reply

Your email address will not be published. Required fields are marked *