ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ ସାରିବା ପରେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରାଙ୍କୁ ଭକ୍ତମାନେ ହାତୀବେଶରେ ଦର୍ଶନ କରୁଛନ୍ତି। ଶୁଭ୍ର ରଙ୍ଗର ଗଜବେଶରେ ମହାପ୍ରଭୁ ଓ ହଳଦିଆ ରଙ୍ଗର ଗଜବେଶରେ ବଡ଼ଠାକୁର ଦର୍ଶନ ଦେଇଛନ୍ତି । ଏହି ବେଶ ଦର୍ଶନ କରି ବହୁତ ଖୁସି ଅନୁଭବ କରିଛନ୍ତି।

ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ପାଳନ ହୁଏ ସ୍ନାନ ପୂର୍ଣ୍ଣିମା । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଏ । ବର୍ଷରେ ଥରୁଟିଏ ମହାପ୍ରଭୁ ଭାଇଭଉଣୀଙ୍କ ସହିତ ଏମିତି ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ

Leave a Reply

Your email address will not be published. Required fields are marked *