ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଘଟିଛି ବଡ ଅଘଟଣ । ଆଜି ପୂର୍ବାହ୍ନ ପ୍ରାୟ ୧୦ଟା୧୫ରେ ଆରଏସ ପି ବ୍ଲାଷ୍ଟ ଫର୍ଣ୍ଣେସରେ ବିଷାକ୍ତ ଗ୍ୟାସ ଲିକ୍ ହୋଇଥିବାର ଖବର ମିଳିଛି। ଏହାଫଳରେ ୮ଜଣ ଗୁରୁତର ଆହତ ହୋଇଛନ୍ତି। ୮ ଜଣ ଗୁରୁତରଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ବିଷାକ୍ତ କାର୍ବନ ମନୋକ୍ସାଇଡ୍ ଗ୍ୟାସ୍ ଯୋଗୁ ଶ୍ରମିକମାନେ ଗୁରୁତର ହୋଇଥିବା ସୂଚନା ମିଳିଛି। ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ ଶ୍ରମିକମାନେ କାମ କରୁଥିବା ସମୟରେ ଷ୍ଟିଲ୍ ପ୍ଲାଣ୍ଟର ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ ବିଷାକ୍ତ କାର୍ବନ ମନୋକ୍ସାଇଡ୍ ଗ୍ୟାସ୍ ଲିକ୍ ହୋଇଥିଲା। ବିଷାକ୍ତ କାର୍ବନ ମନୋକ୍ସାଇଡ୍ ଗ୍ୟାସ୍ ଲିକ୍ ହେବା ଯୋଗୁଁ ଶ୍ବାସରୁଦ୍ଧ ହୋଇ ପ୍ରାୟ ୮ ଜଣ ଶ୍ରମିକ ଗୁରୁତର ପ୍ରଭାବିତ ହୋଇଛନ୍ତି । ଆହତ ଶ୍ରମିକମାନଙ୍କୁ ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇ ଅଧିକ ଚିକିତ୍ସା ଜାରି ରହିଥିବାର ଜଣାପଡିଛି । ଆହତଙ୍କ ମଧ୍ୟରେ ଜଣେ ଆର ଏସ ପିର ବରିଷ୍ଠ ମ୍ୟାନେଜର, ଦୁଇ ଜଣ କର୍ମଚାରୀ ଓ ୫ ଜଣ ଠିକା ଶ୍ରମିକ ଥିବା ଜଣାଯାଇଛି। ତେବେ ଏହି ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। Post navigation ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନିକୁଞ୍ଜ ଧଳ ନୂତନ ଆଶା ଆଣିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି