ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର ଶିଳ୍ପ ବିକାଶ ସମ୍ପର୍କରେ ଆଲୋଚନା ହୋଇଥିଲା । ବିଶେଷକରି ଶିଳ୍ପ ଭିତ୍ତିକ ବିକାଶ, ସବୁଜ ଶକ୍ତି ବା ଗ୍ରୀନ ଓ ରିନିୱେବ୍ଲ ଏନର୍ଜିର ଉତ୍ପାଦନ ଏବଂ କୋଲ ଗ୍ୟାସିଫିକେସନ୍ ପ୍ଲାଣ୍ଟ ସ୍ଥାପନ ଉପରେ ଆଲୋଚନା ହୋଇଥିଲା । ସୂଚନାଯୋଗ୍ୟ ଯେ, ଉତ୍କର୍ଷ ଓଡ଼ିଶା – ମେକ୍ ଇନ୍ ଓଡ଼ିଶା କନକ୍ଲେଭ ପରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ରାଜ୍ୟ ସରକାର ରାଜ୍ୟରେ ଶିଳ୍ପ ବିକାଶର ଗତିକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି । ନିକଟରେ ଗୋପାଳପୁର ବନ୍ଦରର ବିକାଶ ପାଇଁ ରାଜ୍ୟ ସରକାର ଏକ କନସେସନ୍ ଏଗ୍ରିମେଣ୍ଟ କରିଛନ୍ତି । ଏଥିରେ ଆଦାନୀ ଗ୍ରୁପ ପକ୍ଷରୁ ୧୬,୫୫୪ କୋଟି ଟଙ୍କା ବିନିଯୋଗ କରାଯାଉଛି ଏବଂ ଏହାଦ୍ୱାରା ଗୋପାଳପୁର ବନ୍ଦରର ପଣ୍ୟ ପରିବହନ କ୍ଷମତା ୫୦ ମିଲିଅନ ମେଟ୍ରିକ୍ ଟନକୁ ବୃଦ୍ଧି ପାଇବ । ୫୦୦୦ ନିଯୁକ୍ତି ସମ୍ଭାବନା ମଧ୍ୟ ସୃଷ୍ଟି ହେବ । ଏହି ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବମନୋଜ ଆହୁଜା ଓ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ । Post navigation ଆସନ୍ତାକାଲିଠୁ ରାଜ୍ୟ ବିଜେପି ସଭାପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ