ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୨୧୪ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୯୮୦ ଟଙ୍କା ରହିଛି ।

ସେହିପରି ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୪,୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୮,୩୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୮୩୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୪,୬୪୦ ଟଙ୍କା ରହିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୬,୮୩୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୪,୬୪୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ୍‌ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୭୪ ହଜାର ୫୧୦ ରହିଛି । ତେବେ ଗତକାଲି ଅପେକ୍ଷା ଆଜି ଟ୍ୱିନ୍‌ସିଟିରେ ସୁନା ଦର ହ୍ରାସ୍‌ ହୋଇଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୯ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୯୨ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୯୦୦ ଓ ୧ କେଜି ପିଛା ୯୯,୦୦୦ ଟଙ୍କା ରହିଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୯,୯୦୦ ଟଙ୍କା ଓ ୭୫,୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୯,୦୫୦ ଟଙ୍କା ଓ ୭୫,୩୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୯,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୫,୨୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୮,୯୦୦ ଟଙ୍କା ଓ ୭୬,୩୭୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୬ ହଜାର ୬୦୦ ଟଙ୍କା ହୋଇଛି ।

Leave a Reply

Your email address will not be published. Required fields are marked *