ରାଜ୍ୟରେ ମତ୍ସ୍ୟ ଓ ପଶୁସମ୍ପଦର ବିକାଶ ସହ ଚାଷୀମାନଙ୍କୁ ଆର୍ଥିକ ସୁବିଧା ଯୋଗାଇ ଦେବାପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ‘ଗୋମାତା’ ଯୋଜନାରେ ୩ବର୍ଷରେ ୩୪୨.୬୫କୋଟି ଟଙ୍କା ଓ ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନା ଅନ୍ତର୍ଗତ ‘କୁକୁଟ୍ଟ ଉନ୍ନୟନ’ ଉପଯୋଜନାରେ ୫ବର୍ଷରେ ୧୦୩୧.୧୯କୋଟି ଟଙ୍କା ଖର୍ଚ୍ଚ କରିବାକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି । ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ମୋଟ ୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି।ଏଥିରେ ୩ଲକ୍ଷ ୭୩ହଜାର ୯୨୮ଜଣ ଚାଷୀ ଓ ମହିଳା ଏସଏଚଜି ଉପକୃତ ହେବେ| ନୂଆ ରାଜ୍ୟ ଯୋଜନା ଗୋମାତା(ଗୋଲ୍ ଫର ମ୍ୟାନେଜମେଂଟ ଆଣ୍ଡ ଟ୍ରିଟମେଂଟ ଅଫ ଆନିମଲ)କୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । ଏହି ଯୋଜନାରେ ୩ବର୍ଷ ପାଇଁ ମୋଟ ୩୪୨.୬୫କୋଟି ଟଙ୍କା ବ୍ୟୟବରାଦ ରହିଛି । ରାଜ୍ୟ ଚାଷୀମାନଙ୍କୁ ପ୍ରାଣୀ ଚିକିତ୍ସାଳୟ, ପ୍ରାଣୀଧନ ସହାୟତା କେନ୍ଦ୍ର ଓ ଭ୍ରାମ୍ୟମାଣ ପ୍ରାଣୀଚିକିତ୍ସା ସେବା ମାଧ୍ୟମରେ ଚିକିତ୍ସା, ଟୀକାକରଣ, ରୋଗ ନିୟନ୍ତ୍ରଣ ଆଦି ସେବା ଏହି ଯୋଜନାରେ ଯୋଗାଇ ଦିଆଯିବ । ଏହା ସହିତ ବାର୍ଷିକ ଅଢ଼େଇ କୋଟି ଟୀକାକରଣ ଓ ବାର୍ଷିକ ୧.୩୦କୋଟି ପ୍ରାଣୀଧନର ଚିକିତ୍ସା କରାଯାଇପାରିବ । Post navigation ସରକାରୀ ଚାକିରି ନିଯୁକ୍ତି ପରୀକ୍ଷା ରେ ଅନିୟମିତତା କଲେ ୫ବର୍ଷ ଜେଲ ଓ ୧୦ଲକ୍ଷ ଜୋରିମାନା ଓଡ଼ିଶାର ଆନ୍ତଃ ରାଜ୍ୟ ବିବାଦର ସମାଧାନ ପାଇଁ ଗଠନ ହେବ ମନ୍ତ୍ରୀ ସ୍ତରୀୟ କମିଟି