ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ଅଗଷ୍ଟ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଇଚ୍ଛୁକ ସାମ୍ବାଦିକମାନେ www.owjws.odisha.gov.in ରେ ଆବେଦନ କରିପାରିବେ । କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଛନ୍ତି । ଏହା ଦ୍ୱାରା ବହୁ ସାମ୍ବାଦିକଙ୍କ ପରିବାର ଦେୟମୁକ୍ତ ଭାବେ ବିଭିନ୍ନ ଅନୁବନ୍ଧିତ ଡାକ୍ତରଖାନାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରୁଛନ୍ତି । ଚଳିତ ବର୍ଷ ମଧ୍ୟ ଉଭୟ ନୂତନ ଏବଂ ନବୀକରଣ ନିମନ୍ତେ ସାମ୍ବାଦିକମାନଙ୍କଠାରୁ ଅନ୍ଲାଇନ୍ ମାଧ୍ୟମରେ ଆବେଦନ ଗ୍ରହଣ କରାଯାଉଛି । ଜନସେବାର ଏହି ନୂତନ ବ୍ୟବସ୍ଥା ଦ୍ୱାରା କ୍ଷେତ୍ର ପରିଦର୍ଶନ ସମୟରେ ସରକାରୀ ଅଧିକାରୀମାନେ ମୋବାଇଲ ଆପ୍ ଏବଂ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ଟେଲିଫୋନ ମାଧ୍ୟମରେ ନାଗରିକମାନଙ୍କ ମତାମତ ନେବେ। ଏଥିସହ ସାଧାରଣ ଜନତା ବିଭିନ୍ନ ସରକାରୀ ସେବା ନେଇ ‘ଆମ ଶାସନ’ ବ୍ୟବସ୍ଥା ଅନ୍ତର୍ଗତ ସାମାଜିକ ଗଣମାଧ୍ୟମ, ହ୍ୱାଟ୍ସ ଆପ୍ ଚାଟ୍ (+91-7400221903), ୱେବସାଇଟ ଚାଟ୍ ବଟ୍ ଏବଂ ଟୋଲ ଫ୍ରି ନମ୍ବର 14471 ମାଧ୍ୟମରେ ନିଜର ମତାମତ ଜଣାଇପାରିବେ । Post navigation ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ ବ୍ୟବସ୍ଥା ନୂଆଖାଇ ପରଦିନ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ