ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ନେଇ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ‘ଗୋପବନ୍ଧୁ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା’କୁ ଆୟୁଷ୍ମାନ ଭାରତ ଯୋଜନାରେ ମିଶ୍ରଣ କରାଯିବ ନାହିଁ। ଏହି ନିଷ୍ପତ୍ତି ଫଳରେ ରାଜ୍ୟର ସମସ୍ତ ଗଣମାଧ୍ୟମ ପ୍ରତିନିଧିମାନଙ୍କ  ପାଇଁ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ପୂର୍ବଭଳି ସ୍ୱତନ୍ତ୍ର ଭାବେ କାର୍ଯ୍ୟକାରୀ ହେବ।

ଏହାସହ ଯେଉଁ ନୂତନ ସାମ୍ବାଦିକମାନେ ଏ ପର୍ଯ୍ୟନ୍ତ ଏହି ଯୋଜନାରେ ସାମିଲ ହୋଇନାହାନ୍ତି, ସେମାନେ ନୂଆକରି ପଞ୍ଜୀକରଣ କିମ୍ବା ଆବେଦନ କରିପାରିବେ।

ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ଓଡ଼ିଶା ୟୁନିୟନ ଅଫ୍ ୱାର୍କିଂ ଜର୍ଣ୍ଣାଲିଷ୍ଟ (OUJE) ସ୍ୱାଗତ କରିବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃତଜ୍ଞତା ଜଣାଇଛି। ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଓ କଲ୍ୟାଣ ଦିଗରେ ଏହି ନିଷ୍ପତ୍ତି ଏକ ବଡ଼ ସହାୟକ ହେବ ବୋଲି ଆଶା କରାଯାଉଛି।

Leave a Reply

Your email address will not be published. Required fields are marked *