ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଉଦବେଗ ପ୍ରକାଶ କରି ନବୀନ କହିଛନ୍ତି ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଖବର ଅତ୍ୟନ୍ତ ସ୍ପର୍ଶକାତର, ସଭିଙ୍କୁ ଏହା ବିଚଳିତ କରିଛି। ଏହାକୁ ଦୃଢ଼ ନିନ୍ଦା କରୁଛି। ପର୍ଯ୍ୟଟନ ସ୍ଥଳୀରେ ମହିଳାମାନଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ସେ ଆଉ ମଧ୍ୟ କହିଛନ୍ତି ପ୍ରତିଦିନ ମହିଳାଙ୍କ ଉପରେ ବଢୁଥିବା ନିର୍ଯାତନାକୁ ରୋକିବା ଦିଗରେ ସରକାର ସଜାଗ ହୁଅନ୍ତୁ।ରାଜ୍ୟରେ ମହିଳାମାନଙ୍କ ନିରାପତ୍ତା ଓ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସରକାର କଠୋର ପଦକ୍ଷେପ ଗ୍ରହଣ କରନ୍ତୁ।

ସୂଚନା ଯୋଗ୍ୟ; ରବିବାର ରଜ ସଂକ୍ରାନ୍ତିରେ ଯୁବତୀ ଜଣକ ନିଜ ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବେଳାଭୂମି ବୁଲିବାକୁ ଯାଇଥିଲେ। ଏହି ସମୟରେ ପ୍ରାୟ ୧୦ଜଣ ଯୁବକ ସେମାନଙ୍କୁ ଘେରି ଯାଇଥିଲେ । ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣଦୁଷ୍କର୍ମ କରିଥିବା ପୀଡିତା ଗୋପାଳପୁର ଥାନାରେ ଅଭିଯୋଗ କରିଥିଲେ । ଏହା ପରେ ସୋମବାର ୭ ଜଣ ଯୁବକଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ୩ ଜଣ ଯୁବକଙ୍କୁ ଗିରଫ କରିଛି ଗୋପାଳପୁର ପୋଲିସ ।

Leave a Reply

Your email address will not be published. Required fields are marked *