ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖରେ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ। ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ରଥଯାତ୍ରା ପାଇଁ ଆସନ୍ତା ସୋମବାର ରାଜ୍ୟର ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍‌ ପ୍ରତିଷ୍ଠାନ ଛୁଟି ରହିବ।

ପୁରୀରେ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ଆସନ୍ତା ୮ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଜୋରଦାର କରାଯାଇଛି। ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ରଥଯାତ୍ରା ନେଇ ବିଭିନ୍ନ କାର୍ଯ୍ୟ ତ୍ବରାନ୍ବିତ କରାଯାଇଛି।

Leave a Reply

Your email address will not be published. Required fields are marked *