ଜିଲ୍ଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ । ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ଗସ୍ତ ବେଳେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ସଂପର୍କରେ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ମନ୍ତ୍ରୀ କହିଛନ୍ତି ବିଭିନ୍ନ ଜିଲ୍ଲା ଗସ୍ତ ବେଳେ ସେଠି ଲୋକଙ୍କ ଅଭିଯୋଗ ଶୁଣିବେ ବୋଲି ଇଛା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।ମୁଖ୍ୟମନ୍ତ୍ରୀଙ୍କ ଇଚ୍ଛା ଅନୁସାରେ ତଳସ୍ତରକୁ ଯିବା ପାଇଁ ଆଗାମୀ ଦିନର ବ୍ୟବସ୍ଥା ରହିଛି । ଏହାଦ୍ବାରା ଲୋକେ ସହଜରେ ଅଭିଯୋଗ ପତ୍ର ଦାଖଲ କରିପାରିବେ ଏବଂ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । Post navigation ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ଆତିଶୀ; କେଜ୍ରିଓ୍ୱାଲଙ୍କ ପାଇଁ କାର୍ଯ୍ୟାଳୟରେ ଖାଲି ରହିଲା ଆଉ ଏକ ଆସନ ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ