ଓଡ଼ିଶାର ୨୭ତମ ରାଜ୍ୟପାଳଭାବେ ଶପଥ ନେଇଛନ୍ତି ଡକ୍ଟର ହରିବାବୁ କମ୍ଭମପତି । ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ସରଣ ସିଂହ କମ୍ଭମପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଭୁବନେଶ୍ୱରର ରାଜଭବନର ଅଭିଷେକ ହଲ୍‌ରେ ହୋଇଥିଲା ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ଏହି ଶପଥ ସମାରୋହରେ ବାଚସ୍ପଚତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ସାଂସଦ, ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତି ରହିଥିଲେ ।

ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫା ପରେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନୂଆ ରାଜ୍ୟପାଳଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି । କମ୍ଭମପତି ପୂର୍ବରୁ ମିଜୋରାମର ରାଜ୍ୟପାଳ ଥିଲେ । ୨୦୨୧ ନଭେମ୍ବର ୫ରେ ୧୫ ତମ ମିଜୋରାମ ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନିଯୁକ୍ତି ମିଳିଥିଲା ।

ଗତକାଲି ନବନିଯୁକ୍ତ ଡକ୍ଟର ହରିବାବୁ କମ୍ଭମପତି ମିଜୋରାମରୁ ଆସି ଓଡ଼ିଶାରେ ପହଁଚିଥିଲେ । ଏହା ପରେ ଭୁବନେଶ୍ୱରକରୁ ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ।

୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ପ୍ରଥମ ଥର ପାଇଁ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୪ ମସିହାରେ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ।

Leave a Reply

Your email address will not be published. Required fields are marked *