ଭୁୁବନେଶ୍ୱର: ଖୋର୍ଦ୍ଧା, କଟକ, ବୌଦ୍ଧ, ମାଲକାନଗିରି, କେନ୍ଦୁଝର, ନୟାଗଡ଼, ଅନୁଗୁଳ, ବଲାଙ୍ଗିର, କନ୍ଧମାଳ, ବାଲେଶ୍ବରକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଜି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୪ ଡିଗ୍ରୀ ଟପିଛି । ସର୍ବାଧିକ ତାପମାତ୍ରା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ତାପମାତ୍ରା ଆହୁରି ବଢିବା ନେଇ ଆଶଙ୍କା ପ୍ରକାଶ କରାଯାଇଛି । ଆଜି ରାଜଧାନୀରେ ତାପମାତ୍ରା ସର୍ବାଧିକ ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ଆଜି ଦିନ ୧୧ଟା ପରେ ପାରଦ ୩୯ ଡିଗ୍ରୀରେ ପହଞ୍ଚିଥିଲା । ପାଣିପାଗ ବିଜ୍ଞାନୀ ଉମା ଶଙ୍କର ଦାସ କହିଛନ୍ତି ଆଜି ଭୁବନେଶ୍ୱର ଓ କଟକରେ ସର୍ବାଧିକ ୪୪ ଡିଗ୍ରୀ ତାପମାତ୍ରା ରହିବ । ଏହାକୁ ନେଇ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ୬ ତାରିଖ ସନ୍ଧ୍ୟାରେ ତାପମାତ୍ରାରେ ପରିବର୍ତ୍ତନ ଦେଖାଦେଇପାରେ । ୭ ଓ ୮ରେ ବର୍ଷାର ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଜ୍ଞାନୀ । ଏହାପରେ ତାତିରୁ କିଛି ଆଶ୍ୱସ୍ତି ମିଳିବ ବୋଲି କୁହାଯାଉଛି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *