ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ବର୍ଷା ହେବ। ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା। ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼, ବରଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆଜିଠାରୁ ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗି ରହିବ। ସେହିପରି ଆସନ୍ତାକାଲି ପାଇଁ ୩ ଜିଲ୍ଲା ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ଆଗାମୀ ୩ ଦିନ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି। ପୁଣି ଜୁଲାଇ ୩ ତାରିଖ ପରଠାରୁ ବର୍ଷାର ପରିମାଣ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Leave a Reply

Your email address will not be published. Required fields are marked *