ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା ନଥିଲେ ମଧ୍ୟ ପ୍ରତିଦିନ କିଛି କିଛି ସ୍ଥାନରେ ହାଲୁକାରୁ ସ୍ୱଳ୍ପ ବର୍ଷା ହୋଇପାରେ। ୫ରୁ କିଛି ମାତ୍ରାରେ ବର୍ଷା ପରିମାଣ ବଢ଼ିପାରେ। ହେଲେ ୬ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି। ମୌସୁମୀ ଋତୁରେ ଏଯାଏଁ ରାଜ୍ୟରେ ୨୬ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ୧୧ ଜିଲ୍ଲାରେ ବର୍ଷା ପରିମାଣ ସ୍ୱାଭାବିକ ରହିଛି। ମୟୂରଭଞ୍ଜ ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ରେକର୍ଡ କରିଛି ପାଣିପାଗ ବିଭାଗ। Post navigation ପ୍ରତାପଙ୍କ ଘରେ ବିଜେଡି ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବିଜେଡିରେ ବିଭୀଷଣ କିଏ? ଚାଲିଛି ଆଲୋଚନା