ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତା ୨୦ ତାରିଖ ଯାଏଁ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏଥିପାଇଁ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର। ଏହି ୧୪ ଜିଲ୍ଲା ହେଉଛି ଅନୁଗୁଳ, ବରଗଡ଼, ବାଲେଶ୍ୱର, ଭଦ୍ରକ, କଟକ, ଢେଙ୍କାନାଳ, ଦେବଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼। ସେହି ଭଳି ଆଜି ପାଇଁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ସାନପୁର, ବୌଦ୍ଧ, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପଟେ ଲଘୁଚାପ ବର୍ଷା ଯୋଗୁଁ ଅଚାନକ ପାଣି ମାଡ଼ି ଆସିବା ସହ ଜଳବନ୍ଦୀ ସ୍ଥିତି ହେବା ସମ୍ଭାବନା ରହିଛି ।ତେଣୁ ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଧସିବାର ଆଶଙ୍କା ଥିବାରୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ କେନାଲ ଓ ନଦୀବନ୍ଧ ଉପରେ ନଜର ରଖିବାକୁ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଲଘୁଚାପ ଯୋଗୁଁ ଅଗଷ୍ଟ ୧୬ରୁ ୨୦ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀ ନଯିବାକୁ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *