Heavy Rain Likely in Odisha, Winds of 80–90 Kmph Expected in Southern Dists
ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଆଜି ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ (IMD)ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । କିଛି ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡ଼ିଶାରେ ସର୍ବାଧିକ ବର୍ଷା ଆକଳନ କରାଯାଇଛି ।
 
ଦକ୍ଷିଣ ଓଡ଼ିଶାରେ ଘଣ୍ଟାପ୍ରତି ୮୦ରୁ ୯୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । ସେହିପରି ଛତିଶଗଡ଼ ସୀମାକୁ ଲାଗିଥିବା ଜିଲ୍ଲାଗୁଡ଼ିକରେ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିପାରେ । ପ୍ରବଳ ବର୍ଷା ଯୋଗୁଁ ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ପାଇବା ସହ ସହରାଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହେବାର ଆଶଙ୍କା ମଧ୍ୟ ରହିଛି ।
 
ବାତ୍ୟା ଉପକୂଳ ଅତିକ୍ରମ କରିସାରିଥିଲେ ମଧ୍ୟ ଏହା ଏଯାଏଁ ବେଶି ଦୂର ଅତିକ୍ରମ କରିନାହିଁ । ସ୍ଥଳଭାଗ ଅତିକ୍ରମ କରିବା ସମୟରେ ଦିଗ ପରିବର୍ତ୍ତନ ଯୋଗୁଁ ଏହି ପ୍ରକ୍ରିୟାରେ ପ୍ରାୟ ୬ ଘଣ୍ଟା ସମୟ ଲାଗିଥିବା ସୂଚନା ମିଳିଛି । ତେଣୁ ବାତ୍ୟାର ପ୍ରଭାବ ଏବେ ବି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଅନୁଭୂତ ହେବାର ଆଶଙ୍କା ରହିଛି ।
 
ଅନ୍ୟପଟେ, ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି । ଏହା ଆଗାମୀ ଦିନରେ ଲଘୁଚାପର ରୂପ ନେଇପାରେ । ତେବେ ଏହାର ପରବର୍ତ୍ତୀ ଗତିବିଧି ଓ ପ୍ରଭାବ ସମ୍ପର୍କରେ ପାଣିପାଗ ବିଭାଗ ପକ୍ଷରୁ ଏଯାଏଁ କୌଣସି ଆକଳନ କରାଯାଇନାହିଁ ।
 
ପ୍ରବଳ ବର୍ଷା ଓ ପବନକୁ ଦୃଷ୍ଟିରେ ରଖି ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବା ସହ ପ୍ରଶାସନର ପରାମର୍ଶ ପାଳନ କରିବାକୁ କୁହାଯାଇଛି ।

By Nirvay

Leave a Reply

Your email address will not be published. Required fields are marked *